ମାନସ ସ୍ୱାଇଁ ହତ୍ୟା ମାମାଲାରେ ଦିବ୍ୟଶଙ୍କର ସଂପୃକ୍ତ, ସିବିଆଇ ଦାବିକଲେ ସାଲୁଜା

ଭୁବନେଶ୍ୱର -: ଆଜି ବିଧାନସଭାର ଶୁନ୍ୟକାଳରେ ଫଟୋଗ୍ରାଫର୍ ମାନସ ସ୍ୱାଇଁ ହତ୍ୟା ମାମଲା ଉଠିଛି । ଏନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଗଭୀର ଉଦବେଗ ପ୍ରକାଶ କରି କହିଛନ୍ତି, ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡରେ ସମ୍ପୃକ୍ତ ମୁଖ୍ୟ ଆସାମୀ ଶର୍ମିଷ୍ଠା ରାଉତକୁ ଗିରଫ କରାଯାଇ ନାହିଁ । ସେକ୍ସ ସ୍କାଣ୍ଡଲ ପାଇଁ ଏହି ହତ୍ୟାକାଣ୍ଡ ହୋଇଛି ।

Advertisement

ମାନସଙ୍କର ମା ଅଭିଯୋଗ କରିଛନ୍ତି ଏଥିରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ହାତ ରହିଛି । ତାଙ୍କ ଇଙ୍ଗିତରେ ହିଁ ହତ୍ୟା ହୋଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଥିବାରୁ ତଦନ୍ତ ଠିକ ବାଟରେ ଯିବ ନାହିଁ ।
ସେ ଆହୁରି କହିଛନ୍ତି, ଏହି ଘଟଣା ଠିକ ମମିତା ମେହେର ହତ୍ୟାକାଣ୍ଡ ଭଳି । ଉଭୟ ଘଟଣା ସେକ୍ସ ସ୍କାଣ୍ଡଲ ପାଇଁ ହୋଇଛି । ଆଉ ଉଭୟ ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ନାଁ ଆସିଛି । ମାତ୍ର ସବୁଠି ମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ଆସିଥିଲେ ବି ତଦନ୍ତରେ ତାଙ୍କ ନାମ ରହିଲା ନାହିଁ । ତେଣୁ ଏହି ମାମଲାକୁ ସିବିଆଇକୁ ଦେବା ପାଇଁ ଗୃହରେ ଦାବି କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ।

Advertisement

Leave a Reply

Your email address will not be published. Required fields are marked *