ଆଜି ଉତ୍କଳ ଦିବସ

ଭୁବନେଶ୍ୱର -: ଆଜି ଉତ୍କଳ ଦିବସ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ଆଜି ଦିନରେ ମିଳିଥିଲା ମାନ୍ୟତା । ସେଦିନ ଥିଲା ୧୯୩୬ ମସିହା ଏପ୍ରିଲ ୧ ତାରିଖ । ସମୟକ୍ରମେ ଖଣ୍ଡବିଖଣ୍ଡିତ ଅବସ୍ଥାରେ ପହଞ୍ଚିଥିବା ସୁବିସ୍ତୃତ ଓଡ଼ିଶା ପ୍ରାୟ ପାଞ୍ଚ ଶହ ବର୍ଷ ସୀମାହୀନ, ଜାତିହୀନ ଓ ଭାଷାହୀନ ଅବସ୍ଥାରେ ରହିବା ପରେ ଏହି ଦିନରେ ଏକତ୍ର ହୋଇଥିଲା ।

Advertisement

ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଇଆସୁଛି । ଷୋଡ଼ଶ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଓଡ଼ିଶା ରାଜନୈତିକ ବିପର୍ଯ୍ୟୟ ଦେଇ ଗତି କରିଆସୁଥିଲା । ଏହା ସତ୍ତ୍ୱେ ଓଡ଼ିଶାର କବି ଓ ଲେଖକଙ୍କର ସାହିତ୍ୟ ସାଧନା ଅବ୍ୟାହତ ରହିଥିବାରୁ ଓଡ଼ିଆ ଭାଷା-ସଂସ୍କୃତି ଏକ ବିଶାଳ ଭୂଖଣ୍ଡରେ ତିଷ୍ଠି ରହିଥିଲା । କିନ୍ତୁ ଊନବିଂଶ ଶତାବ୍ଦୀରେ ପାଶ୍ଚାତ୍ୟ ଶିକ୍ଷା ଓ ଛାପାଖାନାର ପ୍ରସାର ଫଳରେ ଓଡ଼ିଆ ଭାଷା ଓ ସଂସ୍କୃତି ବିପନ୍ନ ହୋଇପଡ଼ିଲା ।

subscribe now

ଦୁର୍ଦ୍ଦଶାଗ୍ରସ୍ତ ଓଡ଼ିଆ ଜାତି କ୍ରମେ ବହୁ ବାଧାବିଘ୍ନ, ଘଟଣା ଦୁର୍ଘଟଣା ଦେଇ ଗତି କରିଥିଲା । ଓଡ଼ିଶାର ସ୍କୁଲମାନଙ୍କରୁ ଓଡ଼ିଆ ଭାଷା ଉଠାଇଦେଇ ବଙ୍ଗଳା ଭାଷାର ପ୍ରବର୍ତ୍ତନ ଦ୍ୱାରା ଓଡ଼ିଶାକୁ ଧୀରେ ଧୀରେ ବଙ୍ଗ ପ୍ରଦେଶରେ ସାମିଲ କରିବାର ବିରାଟ ଚକ୍ରାନ୍ତ ହୋଇଥିଲା । ସେହିପରି ତେଲୁଗୁମାନେ ଦକ୍ଷିଣ ଓଡ଼ିଶାରେ ଆଧିପତ୍ୟ ବିସ୍ତାର ପାଇଁ ମସୁଧା କରିଥିଲେ । ୧୮୯୫ରେ ସମ୍ବଲପୁରରେ ହିନ୍ଦୀକୁ ସରକାରୀ କାର୍ଯ୍ୟ ଓ ଶିକ୍ଷାର ମାଧ୍ୟମ କରାଯାଇଥିଲା । ଏହି ପରିସ୍ଥିତିରେ ଓଡ଼ିଆ ଭାଷାଭାଷୀ ଅଞ୍ଚଳଗୁଡ଼ିକର ଏକତ୍ରୀକରଣ ପାଇଁ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଏହି ଲକ୍ଷ୍ୟ ହାସଲ ପାଇଁ ୧୯୦୩ରେ ଉତ୍କଳ ସମ୍ମିଳନୀ ଗଠିତ ହୋଇଥିଲା । ଉତ୍କଳଗୈାରବ ମଧୁସୂଦନ ଦାସଙ୍କ ନେତୃତ୍ୱ ତଥା ବହୁ ରାଜା ଓ ଜମିଦାରଙ୍କ ସହଯୋଗରେ ଭାଷା ଆନ୍ଦୋଳନ ତୀବ୍ରତର ହୋଇଥିଲା ।

https://youtu.be/iS36CmwJBsk
subscribe now

ଶେଷରେ ଜନ୍ମ ନେଇଥିଲା ଭାଷାଭିତ୍ତିକ ସ୍ୱତନ୍ତ୍ର ପ୍ରଦେଶ ଓଡ଼ିଶା । ଏହା ଆଧୁନିକ ଓଡ଼ିଶା ଇତିହାସର ଅନ୍ୟତମ ଉଲ୍ଲେଖନୀୟ ଘଟଣା । ଓଡ଼ିଶା ଗଠନରେ ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ପଣ୍‌ତିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ସ୍ୱଭାବକବି ଗଙ୍ଗାଧର ମେହେର, କର୍ମବୀର ଗୈାରୀଶଙ୍କର ରାୟ ପ୍ରମୁଖଙ୍କ ଅବଦାନ ଅବିସ୍ମରଣୀୟ ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!