ତାଣ୍ଡବ ରଚିବ କାଳବୈଶାଖି ! ୮ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ପ୍ରଭାତ କୁମାର ମଲ୍ଲିକ) -: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୦ ତାରିଖ ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।

Advertisement

ତେବେ, ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଂଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବାରୁ ଏହି ୮ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଅନ୍ୟ ପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

watch now

ତେବେ, ଆସନ୍ତା ୪-୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ଅଧିକା ରହିପାରେ । ସେହିପରି ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ବର୍ଷା/ ବଜ୍ରପାତର ସମ୍ଭାବନା ସହିତ ଆକାଶ ଆଂଶିକ ମେଘୁଆ ରହିବ । ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ପ୍ରାୟ ୩୭ ଓ ୨୫ ଡିଗ୍ରି ସେଲସିୟସ ରହିବାର ସମ୍ଭାବନା ଅଛି । ଗତକାଲି ରାଜ୍ୟର ସର୍ବାଧିକ ତାପମାତ୍ରା ୪୧ ଡିଗ୍ରି ସେଲସିୟସ ବୌଦ୍ଧ ଠାରେ ରେକର୍ଡ କରାଯାଇଥିଲା ବେଳେ ଏବଂ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ସେଲସିୟସ ଫୁଲବାଣୀରେ ରେକର୍ଡ କରା ଯାଇଥିଲା ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!