ପାକିସ୍ତାନରେ ନୂଆ ପ୍ରଧାନମନ୍ତ୍ରୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ , ଆସନ୍ତୁ ଜାଣିବା ନୂଆ ପ୍ରଧାନମନ୍ତ୍ରୀଙ୍କ ବିଷୟରେ

ଇସଲାମାବାଦ -: ଗତ କିଛି ମାସ ଧରି ପାକିସ୍ତାନରେ ଚାଲିଥିବା ରାଜନୈତିକ କନ୍ଦଳର ଆଜି ଅନ୍ତ ଘଟିଛି । ବିରୋଧୀ ଦଳ ଇମ୍ରାନ ସରକାରଙ୍କୁ ହଟାଇ ଶେହବାଜ ଶରିଫଙ୍କ ପ୍ରଧାନମନ୍ତ୍ରୀ କରିବାରେ ସଫଳ ହୋଇଛନ୍ତି । ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ଦୈାଡ଼ରୁ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ଓହରିବା ପରେ ନିର୍ଦ୍ୱନ୍ଦ୍ୱରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ପିଏମଏଲ-ଏନ ନେତା ଶେହବାଜ୍ ଶରିଫ୍ । କାଲି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ କୁରେଶୀ ।

Advertisement

ହେଲେ ଏବେ ମତଦାନର ଅବ୍ୟବହିତ ପୂର୍ବରୁ ସେ ନିଜ ପ୍ରାର୍ଥୀତ୍ୱ ଫେରାଇ ନେଇଥିଲେ । କୁରେଶୀ ଦୈାଡ଼ରୁ ଓହରିବା ପରେ ପିଏମଏଲ-ଏନ ନେତା ଶେହବାଜ ଶରିଫ ପ୍ରଧାନମନ୍ତ୍ରୀ ହୋଇଛନ୍ତି । ଆଜି ରାତି ୮ଟା ୩୦ରେ ସେ ପ୍ରଧାନମନ୍ତ୍ରୀଭାବେ ଶପଥ ଗ୍ରହଣ କରିବେ ।ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ଶେହବାଜ୍ କହିଛନ୍ତି ଯେ, ଆଜି ପାକିସ୍ତାନକୁ ଭଗବାନ ବଞ୍ଚାଇଦେଇଛନ୍ତି ଏବଂ ଦେଶର ୨୨ କୋଟି ଲୋକଙ୍କୁ ଉଦ୍ଧାର କରିଛନ୍ତି ।

ପ୍ରଥମ ଥର ପାଇଁ ପାକିସ୍ତାନ ସଂସଦରେ ଅନାସ୍ଥା ଭୋଟ୍ ସଫଳତାର ସହିତ ପାରିତ ହୋଇଛି । ଆଗକୁ ଦେଶବାସୀ ଏହି ଦିନକୁ ଖୁସିର ସହ ପାଳନ କରିବେ ନିଶ୍ଚୟ ।ଏହା ପୂର୍ବରୁ ବିରୋଧୀ ଦଳଙ୍କ ସହ ବସିବାକୁ ମନା କରିଦେଇଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ । କୈାଣସି ପରିସ୍ଥିତିରେ ଆମେ ଏହି ସଂସଦରେ ବସିବୁ ନାହିଁ । ମୁଁ ଏହି ଚୋରମାନଙ୍କ ସହିତ ସଂସଦରେ ବସି ଭୋଟ ଦେବି ନାହିଁ ବୋଲି ମନ୍ତବ୍ୟ ଦେଇଥିଲେ ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ।

ସେ ଆହୁରି କହିଥିଲେ ଯେ ଯେଉଁ ବ୍ୟକ୍ତିଙ୍କ ଉପରେ ୧୬ ବିଲିୟନ ଏବଂ ୮ ବିଲିୟନ ଟଙ୍କାର ଦୁର୍ନୀତି ମାମଲା ରହିଛି ସେ ଯଦି ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ଏହା ଦେଶ ପାଇଁ ଲଜ୍ଜାଜନକ ବିଷୟ । ଏଥିପାଇଁ ତେହେରିକ୍‌-ଇ-ଇନସାଫ(ପିଟିଆଇ)ର ସମସ୍ତ ସଦସ୍ୟ ଇସ୍ତଫା ଦେବା ସହ ଏହି ନିର୍ବାଚନକୁ ବର୍ଜନ କରୁଛୁ । ଉଲ୍ଲେଖଯୋଗ୍ୟ, ଅନାସ୍ଥା ଭୋଟରେ ସରକାର ପରାଜିତ ହେବା ପରେ ଇମ୍ରାନଙ୍କର ପ୍ରାୟ ସାଢ଼େ ୩ ବର୍ଷ ଶାସନର ଅନ୍ତ ଘଟିଥିଲା । ପାକିସ୍ତାନର ୭୫ ବର୍ଷ ଇତିହାସରେ ଇମ୍ରାନ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ ଯେ କି ଅନାସ୍ଥା ଭୋଟରେ ହାରି ପଦଚ୍ୟୁତ ହୋଇଛନ୍ତି ।

ନିର୍ବାଚନ ସମୟରେ ଦେଶବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଏବଂ ଅର୍ଥନୀତି ପରିଚାଳନାରେ ବିଫଳ ଅଭିଯୋଗ ତାଙ୍କ ବିରୋଧରେ ସହଯୋଗୀ ଦଳଗୁଡ଼ିକ ପ୍ରଥମେ ଆଣିଥିଲେ । ୩୪୨ ସଦସ୍ୟ ବିଶିଷ୍ଟ ନ୍ୟାସନାଲ ଆସେମ୍ବ୍ଲିରେ ୧୭୪ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇଥିଲେ । ତେବେ ଇମ୍ରାନଙ୍କ ପାକିସ୍ତାନ ତେହେରିକ୍‌-ଇ-ଇନସାଫ (ପିଟିଆଇ) ଦଳ ଭୋଟିଂ ବେଳେ ସଂସଦରେ ଅନୁପସ୍ଥିତ ଥିଲେ । ୨୨ କୋଟି ଜନସଂଖ୍ୟା ବିଶିଷ୍ଟ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ପାକିସ୍ତାନରେ ଆଜି ପର୍ଯ୍ୟନ୍ତ କୈାଣସି ପ୍ରଧାନମନ୍ତ୍ରୀ ପୂର୍ଣ୍ଣ କାର୍ଯ୍ୟକାଳ କ୍ଷମତାରେ ରହିପାରି ନାହାନ୍ତି । ସେହିଭଳି ୭୫ ବର୍ଷରୁ ପାଖାପାଖି ଅଧା ସମୟ ଏଠାରେ ସେନା କ୍ଷମତାରେ ରହିଛି ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!