ହନୁମାନ ଚାଳିସା ବିବାଦ : ଜେଲଗଲେ ସାଂସଦ ଓ ବିଧାୟକ


ମୁମ୍ବାଇ -: ହନୁମାନ ଚାଳିସାକୁ ନେଇ ମୁମ୍ବାଇରେ ବିବାଦ ଜାରି ରହିଛି । ଏହି ବିବାଦ ପାଇଁ ସାଂସଦ ନବନୀତ୍ ରାଣା ଓ ତାଙ୍କ ବିଧାୟକ ସ୍ୱାମୀ ରବି ରାଣା ଗିରଫ ହୋଇଛନ୍ତି । ଗତକାଲି ଦୁହିଁଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ସେମାନଙ୍କୁ ବାନ୍ଦ୍ରା କୋର୍ଟରେ ହାଜର କରାଯାଇଥିଲା । କୋର୍ଟରେ ଶୁଣାଣି ପରେ ଏବେ ଦୁହିଁଙ୍କୁ ମେ’ ୬ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Advertisement

ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀ ବାହାରେ ହନୁମାନ ଚାଳିସା ଜପ କରିବାକୁ ଧମକ ଦେଇଥିଲେ ‘ବିଧାୟକ-ସାଂସଦ’ ରାଣା ଦମ୍ପତି । ହେଲେ ପରେ ଦୁହେଁ ସେଭଳି କରିବେ ନାହିଁ ବୋଲି କହିଥିଲେ । ରବିବାର ପ୍ରଧାନମନ୍ତ୍ରୀ ମୁମ୍ବାଇ ଆସିବାର ଯୋଜନା ରହିଥିବାରୁ ସେମାନେ ଏଭଳି ନିଷ୍ପତ୍ତି ନେଇଥିବା କହିଥିଲେ । ହେଲେ ହନୁମାନ ଚାଳିସା ଜପ କରିନଥିଲେ ବି ଶନିବାର ସନ୍ଧ୍ୟାରେ ମୁମ୍ବାଇ ପୁଲିସ ଦୁହିଁଙ୍କୁ ଗିରଫ କରିଥିଲା ।

ତାଙ୍କ ବିରୋଧରେ ଆଇପିସିର ଧାରା ୧୫୩ଏ ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା । ହନୁମାନ ଚାଳିସା ଜପ କରିବା ପୂର୍ବରୁ, ସାମ୍ବାଦିକମାନଙ୍କୁ ରାଣା କହିଥିଲେ, ଯେଉଁ ହିନ୍ଦୁତ୍ୱ ଆଦର୍ଶବାଦ ଆଧାରରେ ଭୋଟ୍ ଭିକ୍ଷା କରି ତାଙ୍କ ଦଳ ପାଇଁ ଆସନ ହାସଲ କରିଥିଲେ ଉଦ୍ଧବ ସାହେବ ତାହାକୁ ଭୁଲି ଯାଇଛନ୍ତି । ସେ ବାଲା ସାହେବଙ୍କ ବାଣୀ ଭୁଲି ଯାଇଛନ୍ତି । ତେଣୁ, ବାଲା ସାହେବଙ୍କ ବାଣୀ ସ୍ମରଣ କରାଇ ଦେବା ଲାଗି ଶନିବାର ପୂର୍ବାହ୍ନ ୯ଟା ବେଳେ ଆମେ ‘ମାତୋଶ୍ରୀ’ ବାହାରେ ହନୁମାନ ଚାଳିଶା ପାଠ କରିବୁ । ଆମେ ଶନ୍ତିଶୃଙ୍ଖଳାରେ ସେଠାକୁ ଯିବୁ ଏବଂ ମୁମ୍ବାଇବାସୀଙ୍କର କୈାଣସି ଅସୁବିଧା କରିବୁ ନାହିଁ ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!