ବିଧାୟକ ଦେଲେ ମାଟ୍ରିକ ପରୀକ୍ଷା


ଫୁଲବାଣୀ -: ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଆଜି ମାଟ୍ରିକ ପରୀକ୍ଷା ଦେଇଥିବା ଜଣାଯାଇଛି । ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଫୁଲବାଣୀ ରୁଜାଙ୍ଗୀ ଉଚ୍ଚବିଦ୍ୟାଳୟରେ ସେ ପରୀକ୍ଷାର୍ଥୀ ଭାବେ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ବିଧାୟକ ଅଙ୍ଗଦ କହଁର ହାତରେ ଆଡମିଟ୍ କାର୍ଡ ଧରି ଅନ୍ୟ ପରୀକ୍ଷାର୍ଥୀଙ୍କ ଭଳି ଧାଡ଼ିରେ ଛିଡ଼ା ହୋଇ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଥିଲେ ।

ସେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ଫୁଲବାଣୀର ବିଧାୟକ ଅଙ୍ଗଦ କହଁର୧୯୭୮ ମସିହାରେ ଫୁଲବାଣୀର ଏଜେଓ ଉଚ୍ଚ ବିଦ୍ୟାଳୟରେ ସେ ପାଠ ପଢୁଥିଲେ । ତାପରେ ସେ ପଢ଼ା ଛାଡ଼ି ଦେଇଥିଲେ । ସୂଚନାଯୋଗ୍ୟ, ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର ଆଜି ଥିଲା ପ୍ରଥମ ଦିନ । ପ୍ରଥମ ଦିନର ମାଟ୍ରିକ ପରୀକ୍ଷା ଶେଷ ହୋଇଛି । ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଥିଲା । ସକାଳ ୭ଟା ୪୫ ମିନିଟରୁ ପରୀକ୍ଷା ଆରମ୍ଭ ହୋଇଥିଲା । ଦିନ ୧୦ଟାରେ ପ୍ରଥମ ଦିନର ମାଟ୍ରିକ ପରୀକ୍ଷା ଶେଷ ହୋଇଛି ।

Advertisement

ଆଜି ପରୀକ୍ଷାର ପ୍ରଥମ ଦିନ ହୋଇଥିବାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକ ସକାଳ ୭ଟାରେ ଖୋଲିଥିଲା । ନୂଆ ସୂଚୀ ଅନୁସାରେ ସବୁ ପରୀକ୍ଷା ପ୍ରଥମ ସିଟିଂରେ ଅର୍ଥାତ୍ ସକାଳ ୮ଟାରୁ ୧୦ଟା ମଧ୍ୟରେ କରାଯାଇଥିଲା । ପ୍ରଥମ ଦିନ ପରୀକ୍ଷା କେନ୍ଦ୍ର ସକାଳ ୭ଟାରେ ଖୋଲିଥିବା ବେଳେ ଓ ଦ୍ୱିତୀୟ ଦିନଠୁ ସକାଳ ୭ଟା ୧୫ରୁ ପରୀକ୍ଷା କେନ୍ଦ୍ର ଖୋଲାଯିବାକୁ ବୋର୍ଡ ପକ୍ଷରୁ କୁହାଯାଇଥିଲା । ପିଲାଙ୍କୁ ପରୀକ୍ଷା ଆରମ୍ଭର ୧୫ ମିନିଟ୍ ପୂର୍ବରୁ ଅର୍ଥାତ୍ ସକାଳ ୭ଟା ୪୫ମିନିଟ୍ରେ ପ୍ରଶ୍ନପତ୍ର ଦିଆଯାଇଥିଲା । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧(ଅବ୍େଜକ୍ଟିଭ୍‌) ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨(ସବ୍େଜକ୍ଟିଭ୍‌) ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!