ପୁଣି ଚିନ୍ତା ବଢାଇଲାଣି କରୋନା : ୨୪ ଘଣ୍ଟାରେ ଦେଶରେ ୩,୬୮୮ କୋଭିଡ୍‌-୧୯ ଆକ୍ରାନ୍ତ ; ୫୦ଜଣ ମୃତ

ନୂଆଦିଲ୍ଲୀ -: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ୩ଦିନ ହେବ ୩ ହଜାରରୁ ଅଧିକ ରହୁଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୦ମୃତ୍ୟୁ ରେକର୍ଡ କରାଯାଇଛି ।

ଆପଣ ବେକାର ଅଛନ୍ତି କି ? ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ କ୍ଲିକ କରି ଦେଖନ୍ତୁ ଜେ.ଇ ଶାଢୀରେ ଆପଣଙ୍କ କ୍ୟାରିଅର ଗଢନ୍ତୁ (CLICK NOW)
Advertisement

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୫,୮୬୪ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୦୩ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୫୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୩,୩୭୭ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୮୪ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୮୯,୯୦,୯୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୭୪,୪୨,୦୨୩ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୪,୯୬,୬୪୦ଟି ନମୁନା ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!