୪୯ଟି ଆଣ୍ଡ୍ରୋଏଡ ମୋବାଇଲ ଜବତ କଲା କଟକ କମିସନରେଟ୍ ପୋଲିସ, ପ୍ରମାଣ ଦେଇ ଆପଣଙ୍କ ମୋବାଇଲ ନେଇଯାଆନ୍ତୁ

Creat A Revolution

କଟକ: ସିଲଭରସିଟିରୁ ଏକ ମୋବାଇଲ ଚୋରକୁ ଧରିଲା କଟକ କମିସନରେଟ ପୁଲିସ । ଧରା ପଡିଥିବା ମୋବାଇଲ ଲୁଟେରାର ନାଁ ସରୋଜ ବେହେରା । ଗିରଫ ଅଭିଯୁକ୍ତର ଘର ସତୀଚୌରା ଅଞ୍ଚଳ ଇମାମପଡା ବସ୍ତିରେ ବୋଲି ଜଣାପଡିଛି । ସରୋଜ ଠାରୁ ମୋଟ ୪୯ଟି ମୋବାଇଲ ଜବତ କରିଛି ଲାଲବାଗ ଓ ବିଡାନାସି ପୁଲିସ।

Advertisement

ଅଭିଯୁକ୍ତ ସରୋଜ ଶିଶୁ ଭବନକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କ ସମ୍ପର୍କୀୟଙ୍କ ମୋବାଇଲକୁ ଚୋରି କରି ନେଉଥିବା ପୁଲିସ ପକ୍ଷରୁ କୁହାଯାଇଛି। ତେବେ ଏଣିକି ସହର ବିଭିନ୍ନ ଥାନାରେ ପଡ଼ି ରହିଥିବା ମୋବାଇଲ ଚୋରି ଓ ହଜିବା ମାମଲା ଗୁଡିକୁ ଗୁରୁତର ଭାବେ ଗ୍ରହଣ କରାଯିବ ବୋଲି କଟକ ଡିସିପି ପିନାକ ମିଶ୍ର କହିଛନ୍ତି।

Advertisement

Discover more from bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from bnslive.in

Subscribe now to keep reading and get access to the full archive.

Continue reading

Verified by MonsterInsights