କମିଲା ପେଟ୍ରୋଲ ଓ ଡିଜେଲ ଦର : ଜାଣନ୍ତୁ କେଉଁ ସହରରେ କେତେ ଅଛି ଦାମ୍‌

ପେଟ୍ରୋଲ ଓ ଡିଜେଲ ଦାମ୍ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାଧାରଣ ଗ୍ରାହକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଧୀରେ ଧୀରେ ଲୋକେ ଇଲେକ୍ଟ୍ରିକ ବାଇକ୍ ପ୍ରତି ମନ ବଳାଉଛନ୍ତି। ତେବେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦାମ୍ ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି। ଭୁବନେଶ୍ୱରରେ ପେଟ୍ରୋଲ ଦର ଆଜି ୧୧୨ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୨ ଟଙ୍କା ୨୪ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୪୧ ପଇସା ଓ ଡିଜେଲ ଦର ୯୬ ଟଙ୍କା ୬୭ ପଇସା ହୋଇଛି।

Advertisement

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୨୦ ଟଙ୍କା ୫୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୧୦୪ ଟଙ୍କା ୭୭ ପଇସା ହୋଇଛି। ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୫ ଟଙ୍କା ୧୨ ପଇସା ଥିବା ବେଳେ ଡିଜେଲ ଦର ୯୯ ଟଙ୍କା ୮୩ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୧୦ ଟଙ୍କା ୮୫ ପଇସା ଥିବା ବେଳେ ଡିଜେଲ ଦାମ ୧୦୦ ଟଙ୍କା ୯୪ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ SMS ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ, ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!