ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ: ଆଉ ୫ଟି ଜିଲ୍ଲାର ୪୯୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ୱାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତି ।

Advertisement

ଏହି ଅବସରରେ କଟକ ଜିଲ୍ଲା କଣ୍ଟାପଡ଼ା ବ୍ଲକ ଡିମିରି ଗ୍ରାମପଞ୍ଚାୟତ କୁସୁନପୁର ଠାରେ ଥିବା ଜନତା ନୋଡାଲ ବିଦ୍ୟାପୀଠଟି ଦ୍ୱିତୀୟ ପର୍ଯ୍ୟାୟରେ ଫାଇଭ଼ଟିର ଅନ୍ତଭୁକ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଭିଭାବକ ଓ ଶିକ୍ଷକ ଶିକ୍ଷୟତ୍ରୀ । ଏହି ଅବସରରେ ଅତିଥି ଭାବରେ କୁଅର କୁମାର ପ୍ରଧାନ, ଧୂର୍ବ ଚରଣ ଦାସ, ପ୍ରମୋଦ ମଲ୍ଲିକ,ପ୍ରତାପ ବିଶ୍ୱା, ରବୀନ୍ଦ୍ର କୁମାର, ହେମନ୍ତ ମଲ୍ଲିକ, ରାଜୁ ମିଶ୍ର,ଅଭିଷେକ ମହାପାତ,ବ୍ରଜକିଶର ଚୌଧୁରୀ (ବିଯି ),ଅମୂଲ୍ୟ ବିଶ୍ୱା, ଅମିତ ବିଶ୍ୱାଳ, ସୁଭଲକ୍ଷ୍ମି ସାହୁ , ବନ୍ଦତା ଦାସ, ନିରୁପମା ମହାରଣା, ରଶ୍ମି ରେଖା ପତ୍ର , ଶର୍ମିଷ୍ଠା ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ ।

cm naveen 2

ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ଆମର ପାଠପଢାକୁ ସହଜ କରିଛି । ସଫଳତା ଏବେ ହାତ ମୁଠାରେ ବୋଲି ପିଲାମାନେ କହିଛନ୍ତିଆଜି ଦ୍ୱିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେସ୍ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଗଭୀର ଆତ୍ମବିଶ୍ୱାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି । ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାକୁ ପ୍ରଭାସିନୀ ଓ ବରଗଡରୁ ପରିଣୀତା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବକ୍ତବ୍ୟ ରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତ ମୁଠାରେ ବୋଲି ମତ ଦେଇଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୯୦ ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ ବରଗଡର ୯୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ରୂପାନ୍ତର ପିଲାଙ୍କ ସ୍ୱପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ଏହି ସୁଯୋଗ ର ଉପଯୋଗ କରି ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇ ଥିଲେ l ପ୍ରତ୍ୟେକ ପିଲା ସ୍ୱତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ଜୀବନରେ କିଛି ବଡ କରିବାର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ୱପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ପିଲାମାନଙ୍କୁ ୫-ଟି ମହତ୍ତ୍ୱ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଟେକ୍ନୋଲୋଜି ଦ୍ୱାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ୱ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ୱଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି । ଏହି ସ୍ୱଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!