ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର -: ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏବେ ସାମାନ୍ୟ ଆଶ୍ବସ୍ତି ନେଇ ଆସୁଛି ବର୍ଷା। ଆଗାମୀ ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

Advertisement

ଓଡ଼ିଶାର ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ କିନ୍ତୁ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ। ରାଜ୍ୟର ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ କାଳବୈଶାଖୀ ଯୋଗୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସମୟରେ ଖୋଲା ସ୍ଥାନକୁ ବାହାରିବାକୁ ବାରଣ କରିଛି ପାଣିପାଗ ବିଭାଗ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!