ବାଲେଶ୍ୱର ଗାନ୍ଧିଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ମହିଳା ମୃତ, ୩ ଗୁରୁତର

ବାଲେଶ୍ୱର -: ଡିଭାଇଡରେ ପିଟିହେଲା କାର୍‌ । ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଗାନ୍ଧିଛକ ନିକଟରେ ଦୁର୍ଘଟଣା ଘଟିଛି । ଆଜି ସକାଳୁ କାର୍‌ଟି ୬ଜଣ ଯାତ୍ରୀଙ୍କୁ ନେଇ କୋଲକାତାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଗାନ୍ଧୀ ଛକ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା । ଘଟଣାସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୩ ଗୁରୁତରଙ୍କୁ ବାଲେଶ୍ୱର ମେଡିକାଲ ସ୍ଥାନାନ୍ତର କରାଯାଇଛି । ବସ୍ତା ପୋଲିସ, ଅଗ୍ନିଶମ ବାହିନୀ ପହଂଚି ଉଦ୍ଧାର କରିଥିଲେ ।

Advertisement
Advertisement

Leave a Reply

Your email address will not be published. Required fields are marked *

error: Content is protected !!