ନଦୀକୁ ଖସିଲା କାର୍, ୯ ମୃତ ଜଣେ ନିଖୋଜ

ନଦୀକୁ ଖସିଲା କାର୍ । ଉତ୍ତରାଖଣ୍ଡର ରାମନଗରରେ ଢେଲା ନଦୀରେ ଦୁର୍ଘଟଣା । ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ କାର୍‌ ନଦୀରେ ଭାସିଯିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ସୁଦ୍ଧା ଜଣେ ନିଖୋଜ ଅଛନ୍ତି ।

Advertisement

ପଞ୍ଜାବର ପ୍ରାୟ ୧୦ରୁ ଅଧିକ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । କାରଟି ଢେଲା ନଦୀ ଉପରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତଳକୁ ଖସି ପଡିଥିଲା । ଖବର ପାଇ ତୁରନ୍ତNDRF, ଅଗ୍ନିଶମ ବିଭାଗ ତଥା ପୁଲିସ୍‌ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରିଛନ୍ତି । ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ସାରିଥିବା ବେଳେ ଜଣଙ୍କ ପତ୍ତା ମିଳୁନି । ଏହାଛଡା ଏକ ଛୋଟ ଝିଅକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାଯାଇଛି ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!