୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର -: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌‌ ୧୮ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisement

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଆକାଶ ମେଘୁଆ ରହିବା ସହ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ, ଆସନ୍ତା ୨୨ ତାରିଖ, ରବିବାର ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ।

Advertisement

Leave a Reply

Your email address will not be published. Required fields are marked *

error: Content is protected !!