ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର

Creat A Revolution

ଭୁବନେଶ୍ବର -: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୬ ଅଧିକାରୀଙ୍କ ବାଧ୍ୟତାମୂଳକ ଅବସର ଜାରି ରହିଛି। ବୁଧବାର ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୬ ଜଣ ଅଧିକାରୀଙ୍କ ମଧ୍ୟରେ ୩ ଜଣ ଯନ୍ତ୍ରୀ, ଜଣେ ପୁଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ସରୋଜ କୁମାର ଦାସ, ଦୟାନିଧି ସାମଲ, କରୁଣାକର ଘଡାଇଙ୍କ ଥିବାବେଳେ ଅନୁଗୁଳ ଜିଲ୍ଲା ପୁଲିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି।

Advertisement

ସେହିପରି ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି।

ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Advertisement

Discover more from bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from bnslive.in

Subscribe now to keep reading and get access to the full archive.

Continue reading

Verified by MonsterInsights