ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୭୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

Creat A Revolution

ଭୁବନେଶ୍ୱର -: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି | ଗତକାଲି ୫୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

Advertisement

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୧୧୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୩୬ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୫, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Advertisement

Discover more from bnslive.in

Subscribe to get the latest posts sent to your email.

Leave a Reply

error: Content is protected !!

Discover more from bnslive.in

Subscribe now to keep reading and get access to the full archive.

Continue reading

Verified by MonsterInsights