ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬ ହଜାର ୫୦୦ ଟଙ୍କା ଓ ୫୦, ୭୩୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬,୫୦୦ ଟଙ୍କା ଓ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦,୮୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୦ ହଜାର ୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
Discover more from bnslive.in
Subscribe to get the latest posts sent to your email.